ଆଷାଢ ମାସ ଶୁକ୍ଳପକ୍ଷ ଦ୍ବିତୀୟା ତିଥିରେ ଶ୍ରୀଗୁଣ୍ଡିଚା ଯାତ୍ରା । ରତ୍ନବେଦିରୁ ଜନ୍ମବେଦୀକୁ ବିଜେ କରିବେ ଚତୁର୍ଦ୍ଧାମୂର୍ତ୍ତି । ରଥାରୁଢ ହୋଇ ବଡଦାଣ୍ଡରେ ଘର ଘର ନାଦ କରି ରଥ ଗଡିବ । ଏଥିପାଇଁ ବଡଦାଣ୍ଡ ସ୍ଥିତ ରାଜାନଅର ସମ୍ମୁଖ ରଥଖଳା ଚଳଚଞ୍ଚଳ ହୋଇଉଠିଛି ।