ଭୁବନେଶ୍ୱର, 24 ଅଗଷ୍ଟ (ହି.ସ.)ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲ୍ଲାରେ ଆଜି ସମସ୍ତ ସ୍କୁଲ୍ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍ ପାଇଁ ଏହି ଛୁଟି ଘୋଷଣା କରାଯାଇଛି। ଲଗାଣ ବର୍ଷା ଯୋଗୁଁ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି।
ତେବେ ସ୍କୁଲ୍ରେ ଶିକ୍ଷାଦାନ ବନ୍ଦ ରହିଲେ ମଧ୍ୟ ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କୁ ସ୍କୁଲ୍ରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି
Regional




