ବଲାଙ୍ଗୀର, ୨୩ ଅଗଷ୍ଟ(ହି.ସ.) – ତାରିଖ ୨୨ ଅଗଷ୍ଟ ୨୦୨୬ ଦିନ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡା ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ତରଫରୁ ଏକ ବରିଷ୍ଠ ନାଗରିକମାନଙ୍କ ପାଇଁ ସ୍ୱାସ୍ଥ୍ୟ ସେବା ଶିବିର ବେହେରା ପାଲି ବଲାଙ୍ଗୀର ଠାରେ ଅନୁଷ୍ଠିତ ହେଇଥିଲା। ଏହି ସ୍ୱାସ୍ଥ୍ୟ ଶିବିରରେ ମାଗଣା ଔଷଧ ଓ ମାଗଣା ରକ୍ତ ପରୀକ୍ଷା କରାଯିବା ସହ ଡାକ୍ତର ପରାମର୍ଶ ସେବା ଯୋଗାଇ ଦିଆଯାଇଥିଲା। ଏହି ଶିବିର ରେ ସ୍ଥାନୀୟ ଆଶା କର୍ମୀ ଓ ସ୍ୱାସ୍ଥ୍ୟ କେନ୍ଦ୍ରର ସମସ୍ତ ଷ୍ଟାଫ ଯୋଗ ଦେଇଥିଲେ। ଏହି ସ୍ୱାସ୍ଥ୍ୟ ଶିବିରରେ ଡାକ୍ତର ନନ୍ଦ କିଶୋର ପାଢ଼ୀ ଓ ଭୀମଭୋଇ ମେଡିକାଲ କଲେଜର ଡାକ୍ତର ସତ୍ୟବାନ ବେହେରା ଓ ଡାକ୍ତର ଧ୍ୟାନଚନ୍ଦ ବାରିକ ଏବଂ ରାଜେନ୍ଦ୍ର ଯୁବକ ସଂଘର ପରିଚାଳକ ରାଜେନ୍ଦ୍ର ପାଣିଗ୍ରାହୀ ଯୋଗ ଦେଇଥିଲେ। ଏହି ସ୍ୱାସ୍ଥ୍ୟ ଶିବିରଟିକୁ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ତରଫରୁ ଏ.ପି.ଏମ୍. ରାମାନୁଜ ପଣ୍ଡା ଓ ୟୁ.ଡି.ଏମ୍. ଅନିଲ କୁମାର ମହାକୁର ତଦାରଖ କରିଥିଲେ। ଏହି ସ୍ୱାସ୍ଥ୍ୟ ଶିବିରରେ ୧୦୬ରୁ ଉର୍ଦ୍ଧ ବରିଷ୍ଠ ରୋଗୀ ମାଗଣା ସେବା ଲାଭ କରିଥିଲେ। ଉକ୍ତ ସ୍ୱାସ୍ଥ୍ୟ ଶିବିରଟି ସୁଚାରୁ ରୂପେ ପରିଚାଳିତ ହେଇଥିଲା।





