ଖୋର୍ଦ୍ଧା, ୨୪ ଅଗଷ୍ଟ (ହି.ସ.) - ବାଣପୁର ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଅମ୍ରିତ୍ ଋତୁରାଜଙ୍କ ଅଧକ୍ଷତାରେ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି । ଆଜିର ଏହି ଜନ ଶୁଣାଣି ଶିବିର ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଜ୍ୟୋତି ଶଙ୍କର ସାହୁ, ଉପଜିଲ୍ଲାପାଳ, ସଂକଳ୍ପ ସ୍ୱସ୍ତିକ ସାହୁ, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ, ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ ଏବଂ ଆସିଷ୍ଟାଂଟ କଲେକ୍ଟର, ଅଭିଯୋଗ, ଭୁବନେଶ୍ୱରୀ କଅଁର ପ୍ରମୁଖ ଜନ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦେଇ ଜନସାଧାରଣ ମାନଙ୍କ ବିଭିନ୍ନ ଆପତି ଅଭିଯୋଗ ଗୁଡ଼ିକର ଶୁଣାଣିରେ ସହଯୋଗ ପ୍ରଦାନ କରିଥିଲେ । ଆଜିର ଅଭିଯୋଗ ଶିବିରକୁ ମୋଟ ୫୮ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ ୪୨ ଗୋଟି ବ୍ୟକ୍ତିଗତ ଅଭିଯୋଗ ଏବଂ ୧୬ ଗୋଟି ଗ୍ରାମୀଣ ସମସ୍ୟା ଜନିତ ଥିଲା । ଜିଲ୍ଲାପାଳ, ଶ୍ରୀ ଋତୁରାଜ ଅଭିଯୋଗ ଶିବିରରେ ୦୫ ଗୋଟି ଅଭିଯୋଗର ତତ୍କାଳ ସମାଧାନ କରିଥିଲେ । ଅନ୍ୟ ସମସ୍ତ ଅଭିଯୋଗ ଗୁଡ଼ିକୁ ବିଭାଗୀୟ ଅଧିକାରୀ ମାନେ ଯତ୍ନବାନ ହୋଇ ତୁରନ୍ତ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ । ଶୁଭମ୍ ମହାପାତ୍ର, ଆୟତ ପୁର, ବାଣପୁରଙ୍କୁ ପାଠ ପଢିବା ନିମନ୍ତେ ଜିଲ୍ଲା ରେଡ୍ କ୍ରସ ପାଣ୍ଠିରୁ ୧୫ ହଜାର ଟଙ୍କା ଆର୍ôଥକ ସହାୟତା ଜିଲ୍ଲାପାଳ ଅନୁମୋଦନ କରିଥିବା ବେଳେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ସୁଚିତ୍ରା ରାଉତ, ମଙ୍ଗରାଜ ପୁର, ନନ୍ଦ ପୁର, ବାଣପୂରଙ୍କୁ ୧୦ ହଜାର ଟଙ୍କା ଆର୍ôଥକ ସାହାଯ୍ୟ ଏବଂ ନିରଞ୍ଜନ ସାହୁ,ସାହାସ ପୁର, ଭବାନୀ ପୁର, ବାଣପୁର ଙ୍କୁ ମୁଖ୍ୟ ମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୧୦ ହଜାର ଟଙ୍କା ଆର୍ôଥକ ସାହାଯ୍ୟ ଅନୁଦାନ ରାଶି ଅନୁମୋଦନ କରିଥିଲେ । ଜନଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ,ବି ଡି ଓ, ବାଣପୁର , ପୁନମ୍ ମହାପାତ୍ର, ତହସିଲ ଦାର, ବାଣପୁର,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, କୁସୁମ କୁମାରୀ ପ୍ରହରାଜ, ସହକାରୀ ନିର୍ଦ୍ଦେଶକ, ଉଦ୍ୟାନ କୃଷି, ଶ୍ରୀୟା ଶାଶ୍ୱତୀ ଙ୍କ ସମେତ ତ୍ରିସ୍ତରୀୟ ପଂଚାୟତିରାଜ ଅନୁଷ୍ଠାନ ସଦସ୍ୟା/ସଦସ୍ୟ, ଶିକ୍ଷା, ସ୍ୱାସ୍ଥ୍ୟ ଓ ଗମନାଗମନ ବରିଷ୍ଠ ଅଧିକାରୀ ବୃନ୍ଦ,ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ,ଲାଇନ୍ ଡିପାର୍ଟମେଂଟ ଅଧିକାରୀ ଓ ଗଣ ମାଧ୍ୟମ ପ୍ରତିନିଧି ବୃନ୍ଦ ଯୋଗଦେଇଥିଲେ ।
ହିନ୍ଦୁସ୍ଥାନ ସମାଚାର / ରାକେଶ


