ଭୁବନେଶ୍ୱର, 24 ଅଗଷ୍ଟ :- ଆଜି ଭୁବନେଶ୍ୱର ସ୍ଥିତ ୟୁନିଟ୍ -୨ ଠାରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ୨୦ତମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଚାଲିଛି। ଅନଲାଇନରେ ପଞ୍ଜୀକରଣ କରିଥିବା ଏକ ହଜାର ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ। ମନ୍ତ୍ରୀ ସୁରେଶ ପୂଜାରୀ, କୃଷ୍ଣ ଚନ୍ଦ୍ର ମହାପାତ୍ର, ଗଣେଶ ରାମ ସିଂ ଖୁଣ୍ଟିଆ ଓ ଅନ୍ୟ ମନ୍ତ୍ରୀ ମାନେ ମଧ୍ୟ ଉପସ୍ଥିତ ଅଛନ୍ତି।ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି 'ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ'ରେ ଜନସାଧାରଣଙ୍କ ସମସ୍ୟା ସିଧାସଳଖ ଶୁଣିବା ସହ ସମୟସୀମା ମଧ୍ୟରେ ତ୍ୱରିତ ଓ ନିର୍ଣ୍ଣାୟକ ସମାଧାନ ପାଇଁ ସମ୍ପୃକ୍ତ ବିଭାଗଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଶାସନକୁ ଅଧିକ ସ୍ୱଚ୍ଛ, ଉତ୍ତରଦାୟୀ ଓ ଜନକୈନ୍ଦ୍ରିକ କରି ସମାଜର ପ୍ରତ୍ୟେକ ନାଗରିକଙ୍କ ପାଖରେ ସରକାରୀ ସେବା ଓ ନ୍ୟାୟ ସୁନିଶ୍ଚିତ କରିବା ପାଇଁ ରାଜ୍ୟ ସରକାର ସଂକଳ୍ପବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।



