ଭୁବନେଶ୍ୱର, ୧୪ ଜୁନ୍ : କାଳବୈଶାଖୀ ସମ୍ଭାବନା ନେଇ ଆଗାମୀ ୭ ଦିନ ଅର୍ଥାତ୍ ୧୪ ତାରିଖ ସକାଳ ଠାରୁ ଆସନ୍ତା ୨୧ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ ।
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୩ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁର, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।
ଅନୁରୂପ ଭାବେ ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୧୫ ତାରିଖ ସକାଳ ଠାରୁ ୧୬ ତାରିଖ ସକାଳ ସୁଦ୍ଧା ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୧୬ ତାରିଖ ସକାଳ ଠାରୁ ୧୭ ତାରିଖ ସକାଳ ସୁଦ୍ଧା ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୭ ତାରିଖ ସକାଳ ଠାରୁ ୧୮ ତାରିଖ ସକାଳ ସୁଦ୍ଧା ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୧୮ ତାରିଖ ସକାଳ ଠାରୁ ୧୯ ତାରିଖ ସକାଳ ସୁଦ୍ଧା ୩୦ ଜିଲ୍ଲା, ୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ସୁଦ୍ଧା ୨୩ ଜିଲ୍ଲା, ୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ସୁଦ୍ଧା ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।


