ଭୁବନେଶ୍ୱର, ୩ ଅଗଷ୍ଟ - ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୫ ଦିନ ଅର୍ଥାତ୍ ୩ ତାରିଖ ସକାଳ ଠାରୁ ଆସନ୍ତା ୮ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ଆଗାମୀ ୨୪ ଘଂଟା ପାଇଁ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଝଡ଼, ବଜ୍ରପାତ ଓ ପବନର ସମ୍ଭାବନା ନେଇ ୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ପର୍ଯ୍ୟନ୍ତ ୧୫ ଜିଲ୍ଲା, ୫ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ପର୍ଯ୍ୟନ୍ତ ୧୯ ଜିଲ୍ଲା, ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ପର୍ଯ୍ୟନ୍ତ ୩୦ ଜିଲ୍ଲା ଏବଂ ୭ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ପର୍ଯ୍ୟନ୍ତ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।





