ଭୁବନେଶ୍ୱର, ୩୦ ଜୁଲାଇ- ଭୀଷଣ ବର୍ଷାର ସମ୍ଭାବନା ନେଇ ଅଗଷ୍ଟ ୨ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଭୀଷଣ ବର୍ଷା ସମ୍ଭାବନା ନେଇ ଅଗଷ୍ଟ ୨ ତାରିଖ ସକାଳ ଠାରୁ ୩ ତାରିଖ ସକାଳ ପର୍ଯ୍ୟନ୍ତ ୨ ଜିଲ୍ଲା(କେନ୍ଦୁଝର, ମୟୂରଭଞ୍ଜ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ସୁଦ୍ଧା ୪ ଜିଲ୍ଲା(କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, ଗଜପତି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଅନୁରୂପ ଭାବେ ୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ସୁଦ୍ଧା ୬ ଜିଲ୍ଲା (କନ୍ଧମାଳ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୫ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲା (ନବରଙ୍ଗପୁର, ରାୟଗଡ଼ା, କୋରାପୁଟ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।




