ଭୁବନେଶ୍ୱର, ୧ ଅଗଷ୍ଟ - ଭୀଷଣ ବର୍ଷାର ସମ୍ଭାବନା ନେଇ ଅଗଷ୍ଟ ୨ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଭୀଷଣ ବର୍ଷା ସମ୍ଭାବନା ନେଇ ଅଗଷ୍ଟ ୨ ତାରିଖ ସକାଳ ଠାରୁ ୩ ତାରିଖ ସକାଳ ପର୍ଯ୍ୟନ୍ତ ୬ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।
ସେହିପରି ୩ ତାରିଖ ସକାଳ ଠାରୁ ୪ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲା(ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଅନୁରୂପ ଭାବେ ଭୀଷଣ ବର୍ଷା ସମ୍ଭାବନା ନେଇ ୪ ତାରିଖ ସକାଳ ଠାରୁ ୫ ତାରିଖ ସକାଳ ସୁଦ୍ଧା ୭ ଜିଲ୍ଲା, ୫ ତାରିଖ ସକାଳ ଠାରୁ ୬ ତାରିଖ ସକାଳ ସୁଦ୍ଧା ୬ ଜିଲ୍ଲା, ୬ ତାରିଖ ସକାଳ ଠାରୁ ୭ ତାରିଖ ସକାଳ ସୁଦ୍ଧା ୫ ଜିଲ୍ଲା ଏବଂ ୭ ତାରିଖ ସକାଳ ଠାରୁ ୮ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।





